ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା

ତେଲକୋଇ: ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଟ୍ରକ୍‌ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ଭୋର୍‌ ସମୟରେ ଏହି ଦୁର୍ଘଟଣା ଘଟିଛି।

ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ୨ ଟ୍ରକ୍‌ ଡ୍ରାଇଭର ଟ୍ରକ୍‌ ତଳେ ଚାପି ହୋଇ ରହିଯାଇଥିଲେ।

ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଚାପି ହୋଇ ରହିଥିବା ୨ ଟ୍ରକ୍‌ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲା। ଗୁରୁତର ଭାବେ ଆହତ ହୋଇବା ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାୟ ୨ଘଣ୍ଟା ପରେ ଟ୍ରକ୍‌ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇଥିଲା ବୋଲି ସୂଚନା ମିଳିଛି।

You might also like