ମଧ୍ୟାହ୍ନ ଭୋଜନ ଚାଉଳ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର; ଚାଲିଗଲା ୨ ଜୀବନ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଏନଏଚ୍ ୪୯ର ବାଙ୍ଗିରିପୋଷି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋକୁ ପଛପଟୁ ଧକ୍କା ଦେଇ ଟ୍ରକ୍‌ ଓଲଟି ପଡ଼ିବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଓ ଅନ୍ୟ ଜଣେ ଅଭିଭାବକ ଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଆଜି ସକାଳେ ମଧ୍ୟାହ୍ନ ଭୋଜନ ଚାଉଳ ଆଣିବାକୁ ବିଶୋୟୀରୁ ଶୁଳିଆପଦାକୁ ୧୨ ଜଣ ଏକ ଅଟୋରେ ଯାଉଥିଲେ। ଏହି ସମୟରେ ବାଙ୍ଗିରିପୋଷି ଘାଟି ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ଅଟୋକୁ ପଛପଟୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଫଳରେ ଅଟୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା।

ଖବରପାଇ ବାଙ୍ଗିରିପୋଷି ପୋଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଆହତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ।

ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟ୍ରକ୍‌ ଡ୍ରାଇଭର ଓ ହେଲ୍‌ପର୍‌ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like