ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ୨ ମହିଳା ଡାକ୍ତରଙ୍କୁ କରୋନା

ଭବାନୀପାଟଣା: ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(CHC)ର ୨ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୭ଦିନ କ୍ୱାରେଣ୍ଟିନ୍‌ରେ ରହିବା ପରେ ଘରେ ଆଉ ୭ଦିନ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ସମୟରେ ପ୍ରବାସୀ ଜଣକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଯାଇଥିଲେ। ସେଠାରେ ଉକ୍ତ ୨ ମହିଳା ଡାକ୍ତର ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। କରୋନା ଟେଷ୍ଟ୍‌ କରାଯିବା ପରେ ସମ୍ପୃକ୍ତ ପ୍ରବାସୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କର ଚିକତ୍ସା କରିଥିବା ୨ ମହିଳା ଡାକ୍ତରଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯାଇଥିଲା। ସେମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଦୁଇ ଡାକ୍ତରଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇ ସେମାନଙ୍କର ଚିକିତ୍ସା କରାଯାଉଛି।

ଅନ୍ୟପକ୍ଷେ, ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସାନିଟାଇଜ୍‌ କରାଯିବା ସହ ଏହାକୁ ଅନିର୍ଦ୍ଦିଷ୍ଟକାଳ ଯାଏ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like