କଟକରେ କରୋନା ନେଲା ୨ ମୁଣ୍ଡ

କଟକ: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ କଟକ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଥିବାବେଳେ କଟକରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି।

ଉଭୟ ପୁରୁଷ ଏବଂ ସେମାନଙ୍କର ବୟସ ଯଥାକ୍ରମେ ୭୧ ଓ ୫୩ ବର୍ଷ। ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ, ରାଜ୍ୟରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୮୩ଜଣ ଚିକିତ୍ସାଧୀନ ଥିବାବେଳେ ୩,୮୬୩ଜଣ ସୁସ୍ଥ ହୋଇଛନ୍ତି। ୧୭ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like