ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍‌

କଳାହାଣ୍ଡି: ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍‌। କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲ୍‌କୋ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା ତଳକୁ ଯାତ୍ରୀବାହୀ ବସ୍‌ ଖସି ପଡ଼ିବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ଆହତଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆହତଙ୍କୁ ଭବାନୀପାଟଣା ଓ କେସିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଭାବେ ଆହତ ହୋଇଥିବା କିଛି ଲୋକଙ୍କୁ ବୁର୍ଲା ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ରିପୋର୍ଟ ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ଜଣାପଡ଼ିନି।

ସୂଚନା ଅନୁସାରେ, ଶ୍ରୀଜଗନ୍ନାଥ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲା ଜୟପୁରକୁ ଅଭିମୁଖେ ଯାତ୍ରା କରୁଥିବା ବେଳେ ଭୋର ସମୟରେ ଜୋଲକୋ ପାଖରେ ଏକ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲା। ଏଥିରେ ବସ୍‌ର ଉପରଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବସ୍‌ରେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ।

ଘଟଣାସ୍ଥଳରେ ପୁଲିସ୍‌ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

You might also like