ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା; ୨୦ରୁ ଅଧିକ ଯାତ୍ରୀ ଆହତ

ବରଗଡ଼: ବରଗଡ ବରାହଗୋଡା ସ୍ଥିତ ପରରାପାଟ ମନ୍ଦିର ନିକଟରେ ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକ ଓ ପୁଲିସ୍‌ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ବସ୍‌ଟି ବସ୍‌ଷ୍ଟାଣ୍ଡ୍‌ରୁ ବାହାରି ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ବରହାଗୋଡ଼ାରେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

You might also like