ଗଣେଶ ଭସାଣକୁ ନେଇ ବିବାଦ: ସଂଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ମାରିଦେଲେ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗାଁର କୋଳି ସାହିରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ନାଁ ନାଗା ଗୌଡ଼।

ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ନାଗାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ନାଗାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି।

ଖବରପାଇ ଆସିକା SDPO ଓ ଆସିକା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନାଥାଉ କି, ଗଣେଶ ଭସାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହିଥିଲା। ଗୁରୁବାର ରାତି ୧୦ଟାରେ ଏହା ଆହୁରି ଉଗ୍ରରୂପ ନେଇଥିଲା। ଯାହାର ଶିକାର ହୋଇଥିଲେ ନାଗା।

You might also like