ଅଗଷ୍ଟ ମାସରୁ ଦୈନିକ ୨୦ ହଜାର କରୋନା ଟେଷ୍ଟ ହେବ

ଭୁବନେଶ୍ୱର: ଅଗଷ୍ଟ ମାସରୁ ଦୈନିକ ୨୦ ହଜାର କରୋନା ଟେଷ୍ଟ ହେବ। ୧୨ ହଜାର ବଦଳରେ ଦୈନିକ ୨୦ ହଜାର ଟେଷ୍ଟ କରାଯିବ। ୮ ହଜାର ଆର୍ଟିଫିସିଆର ଓ ବାକି ଆଣ୍ଟିଜେନ ଏବଂ ଟ୍ରୁନେଟ୍ ଟେଷ୍ଟ ହେବ। କରୋନା ସମୀକ୍ଷା ବୈଠକ ପରେ ILS ନିର୍ଦ୍ଦେଶକ ଅଜୟ ପରିଡା ଏଭଳି ସୂଚନା ଦେଇଛନ୍ତି।

ବର୍ତ୍ତମାନ ପ୍ରତି ଜିଲ୍ଲାରେ ୩ ହଜାରରୁ ଅଧିକ ଆଣ୍ଟିଜେନ୍ କିଟ୍ସ ରହିଛି। ଦରକାର ପଡ଼ିଲେ ଅଧିକ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଦିନକୁ ଦିନ ରାଜ୍ୟର କିଛି ଜିଲ୍ଲାରେ କରୋନା ସ୍ଥିତିରେ ସୁଧାର ଆସୁଛି। କିଛି କିଛି ଜିଲ୍ଲାରେ ଅଳ୍ପ ସଂଖ୍ୟକ ଆକ୍ରାନ୍ତ ବଢ଼ୁଛନ୍ତି। ତେଣୁ ସ୍ଥିତି ସ୍ଥିର କୁହାଯାଇ ପାରିବ ବୋଲି ସେ କହିଛନ୍ତି। ଯେପର୍ଯ୍ୟନ୍ତ ପୂରା କମିନି ସେତେ ପର୍ଯ୍ୟନ୍ତ ସ୍ଥିତି ଆୟତ୍ତ କୁହାଯାଇ ପାରିବ ନାହିଁ। ତାସହ ପ୍ଲାଜମା ଥେରାପି ସଫଳ ହେଉଛି। କିନ୍ତୁ ପ୍ଲାଜମା ସଂଗ୍ରହରେ ସମସ୍ୟା ସୃଷ୍ଟି ହେଉଛି ବୋଲି ଆଇଏଲଏସ ନିର୍ଦ୍ଦେଶକ କହିଛନ୍ତି।

ଅନ୍ୟପଟେ ରାଜ୍ୟରେ କିନ୍ତୁ କରୋନା ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ଗୋଟିଏ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୫  ରହିଛି। ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଛି।

ସେହିପରି କରୋନାରେ ଆଜି ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

 

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like