ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୨,୦୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪ରେ ପହଞ୍ଚିଛି।

You might also like