ଚିହ୍ନଟ ହେଲେ ଆଉ ୨୧୦ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟିନ କେନ୍ଦ୍ରର ହୋଇଥିବାବେଳେ ୩୬ ଲୋକାଲ୍ କେସ୍ ରହିଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଜିର ସଂଖ୍ୟାକୁ ମିଶାଇ  ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୫ ହଜାର ୬୯୨କୁ ବୃଦ୍ଧି ପାଇଛି। ୪,୧୨୩ ଜଣ ଆରୋଗ୍ୟ ଲାଭ କରି ଫେରିଥିବାବେଳେ ୧,୮୧୫ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ୧୮ ଜିଲ୍ଲାରୁ ୨୧୦ ଆକ୍ରାନ୍ତ ଚିହ୍ନଟ କରାଯାଇଛି।   ଗଞ୍ଜାମରୁ ସର୍ବାଧିକ ୫୮ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୭, ଗଜପତି ୨୯, ବଲାଙ୍ଗିର ୧୧, ଯାଜପୁର ଓ ପୁରୀରୁ ୮ ଜଣ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। 
ସେହିପରି ଢେଙ୍କାନାଳ ଓ ମୟୂରଭଞ୍ଜରୁ ୭ଜଣ ଲେଖାଏ, ସୁନ୍ଦରଗଡ଼ରୁ ୬,  କେନ୍ଦୁଝର ଓ କଟକରୁ ୫ଜଣ ଲେଖାଏ, ନୟାଗଡ଼, କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏ, ନବରଙ୍ଗପୁର, ବାଲେଶ୍ୱରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଦେବଗଡ଼, ଅନୁଗୁଳ, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। 
ଚିହ୍ନଟ ହୋଇଥିବା ୨୧୦ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ NDRF ଯବାନ ଅଛନ୍ତି: NDRF ଯବାନ ‘ଅମ୍ଫାନ’ ପୁନରୁଦ୍ଧାର କାମରେ ପଶ୍ଚିମବଙ୍ଗ ଯାଇଥିଲେ ।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like