• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି।  ଲଘୁଚାପ ପ୍ରଭାବରେ ରାଜ୍ୟରେ ସ୍ୱାଭାବିକ ଥିବା ମୌସୁମୀବାୟୁ ଆହୁରି ସକ୍ରିୟ ହୋଇଛି।

ଆଜି ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୨୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି,କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଢେଙ୍କାନାଳ, ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ ଓ ଦେବଗଡ଼। ଏହି ସବୁ ଜିଲ୍ଲା ପାଇଁ ଭାରତୀୟ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି। ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଉପର ମୁଣ୍ଡରେ ବର୍ଷା ଯୋଗୁ ଉପକୂଳ ଓଡ଼ିଶାରେ ପ୍ରବାହିତ କେତେକ ନଦୀରେ ବନ୍ୟା ଆଶଙ୍କା ରହିଛି। ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସମ୍ଭାବ୍ୟ ବନ୍ୟା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

ପ୍ରବଳ ବର୍ଷା ହେବା ଦ୍ୱାରା ପାଣି ଜମିବା, ଆକସ୍ମିକ ବନ୍ୟା ଏବଂ ଭୂସ୍ଖଳନ ନେଇ ଆଲର୍ଟ ଜାରି କରାଯାଇଛି। ଏନେଇ ବିଡିଓ, ତହସିଲଦାର, ଇଞ୍ଜିନିୟରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ନଦୀ ବନ୍ଧ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଓଡ୍ରାଫ୍ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଆଲର୍ଟ ରଖିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଆସନ୍ତା ୨୩ ତାରିଖରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

23-districts-of-odisha-alerted-for-rain-and-thunderstorm
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories