• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ୨୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୭ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧ଜଣ ସୁସ୍ଥ ହୋଇଥିବାବେଳେ ୪୬ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୫୭ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬ଜଣ ଚିକିତ୍ସାଧୀନ ଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଛି। ୨ଜଣ ସୁସ୍ଥ ହୋଇଥିବାବେଳେ ୬୨ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ପୁରୀରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଜଣେ ସୁସ୍ଥ ହୋଇଥିବାବେଳେ ୩ଜଣ ଚିକିତ୍ସାଧୀନ ଅଛନ୍ତି। ବୌଦ୍ଧରେ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି ଓ ସମସ୍ତେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୯ ଜଣ ଚିକିତ୍ସାଧୀନ ଥିବାବେଳେ ୮୫ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

23-more-covid19-positive-cases-detected-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories