ଓଡ଼ିଶାରେ ଦ୍ରୁତ ଗତିରେ ବଢୁଛି କରୋନା; ପୁଣି ୨୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ହୁହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।  ଆଜି ସକାଳେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଉ ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା, ୨୫ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ମାତ୍ର ଜଣେ ଚିହ୍ନଟ ହୋଇଛନ୍ତି। ଏହି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି। ସେହିପରି ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି।

ଆଜି ଗୋଟିଏ ଦିନରେ ଏବେଯାଏଁ ରାଜ୍ୟରେ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।

 

You might also like