• translate
Rajalaxmi Sahoo

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୫୩ ହଜାର ୧୫ କରୋନା ଟେଷ୍ଟ ହୋଇଥିବା ବେଳେ ୨,୫୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। 

ଚିହ୍ନଟ ନୂଆ୨,୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୧୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ (Khordha) ସର୍ବାଧିକ ୪୬୬ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୭, ୧୨୨ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ:୪ ଜିଲ୍ଲାରେ କରୋନା ସଂକ୍ରମଣ ରୋକିବାକୁ ସ୍ୱତନ୍ତ୍ର ରଣନୀତି

Other Stories