ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ୧୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

କରୋନାରୁ ଆରୋଗ୍ୟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରର ୯ ଜଣ ଭୁବନେଶ୍ୱରର ୮ ଜଣ,  ଭଦ୍ରକର ୪ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟ ଓ କେନ୍ଦୁଝର ଜିଲ୍ଲାର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୯୨ ଜଣ ଚିକିତ୍ସାଧୀନ ଥିବାବେଳେ ୧୪୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

You might also like