ଦିନକରେ ଚିହ୍ନଟ ହେଲେ ୨,୮୫୪ କରୋନା ପଜିଟିଭ୍‌, ଖୋର୍ଦ୍ଧାରେ କମିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୮୫୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨,୮୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୫୯ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୯୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ରେ ପହଞ୍ଚିଛି।

You might also like