ଦିନକରେ ଚିହ୍ନଟ ହେଲେ ୨,୯୪୯ ପଜିଟିଭ୍‌, ଓଡ଼ିଶାରେ ୮୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୦ ହଜାର ୯୦୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୯୪୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୨,୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୨୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୨୩ ରହିଛି।

କଟକରୁ ସର୍ବାଧିକ ୫୮୯ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧, ୪୭୯ରେ ପହଞ୍ଚିଛି।

You might also like