୨୪ ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହେଲେ ୨,୯୯୫ କରୋନା ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୯୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨,୯୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୩୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୫୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ରେ ପହଞ୍ଚିଛି।

You might also like