ସାଙ୍ଗକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜୀବନ

ଅନୁଗୋଳ: କେନାଲରେ ବୁଡ଼ି ଦୁଇ ଯୁବକଙ୍କ ମୃତ୍ୟୁ। ଉଦ୍ଧାର କରିବାକୁ ଯାଉଥିବା ବେଳେ ଚାଲିଗଲା ଆଉ ଜଣଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଥାନା ଅନ୍ତର୍ଗତ ହେମସୁରପଡ଼ା ଅଞ୍ଚଳରେ।

ସୂଚନା ଅନୁସାରେ ସ୍ଥାନୀୟ ଅଞ୍ଚଳର ବୃନ୍ଦାବନ ସେଠୀ  ଓ ତାଙ୍କ ସାଙ୍ଗ ବାବୁ ମହାନ୍ତି ଏକାଠି ହୋଇ ନିକଟସ୍ଥ କେନାଲକୁ ଗାଧୋଇବାକୁ ଯାଇଥିଲେ। ତେବେ ସେଠାରେ ଗାଧୋଇବା ବେଳେ ଅସାବଧାନତା ବଶତଃ ବୃନ୍ଦାବନଙ୍କ ଗୋଡ଼ ଖସିଯିବା ସହ ଗଭୀର ପାଣିକୁ ଚାଲି ଯାଇଥିଲେ।

ତାଙ୍କୁ ବଞ୍ଚାଇବାକୁ ଯାଇ ବାବୁ ମଧ୍ୟ ଗଭୀର ପାଣିକୁ ଯାଇଥିଲେ। କିନ୍ତୁ ଉଭୟ ପାଣିରୁ ବାହାରି ପାରି ନଥିଲେ। ଫଳରେ ଘଟଣା ସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଥିଲା।

ଖବର ପାଇ ଅନୁଗୋଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like