ଜମି ଅଧିଗ୍ରହଣ ବେଳେ ଉତ୍ତେଜନା

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁର ଆପ୍ରୋଚ୍ ରୋଡ୍ ପାଇଁ ଆଜି ଦଣ୍ଡିଆପାଲିରେ ଜମି ଅଧିଗ୍ରହଣ କାମ ଚାଲିଥିଲା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଧିକ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଜମି ଅଧିଗ୍ରହଣକୁ ବିରୋଧ କରିଥିଲେ। ଫଳରେ ପୁଲିସ୍‌ ୧୧ ଜଣ ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି। ଏହାପରେ ଉତ୍ତେଜନା ଦୃଷ୍ଟିରୁ ଘଟଣାସ୍ଥଳରେ ୭ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।

୨୦୧୫ ମସିହାରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ନିର୍ମାଣ ପାଇଁ ରାଉରକେଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ । ୨୦୧୭ ମସିହାରେ ଏହାର ଶିଳାନ୍ୟାସ ହୋଇଥିଲା। କିନ୍ତୁ ଜମି ଅଧିଗ୍ରହଣରେ ବିଳମ୍ବ ଯୋଗୁ କାମ ହୋଇପାରୁ ନ ଥିଲା। ଆଜି ପୁଲିସ  ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ଚାଲିଛି।

You might also like