ହିଙ୍ଗୁଳା ମନ୍ଦିର ପାଇଁ ୯. ୩୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଅନୁଗୁଳ ତାଳଚେର ଗୋପାଳପ୍ରସାଦ ସ୍ଥିତ ମା ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ ବୋର୍ଡ ସିଏସଆର୍ ପାଣ୍ଠିରୁ ୯. ୩୨ କୋଟି ଟଙ୍କା ଅନୁମୋଦନ ଦେଇଥିବାରୁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖି ଜଣାଇଥିଲେ।

ତାଳଚେର ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଲୋକଙ୍କ ସୁବିଧା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅନୁରୋଧ କରିଥିଲେ।

You might also like