ଆଉ ୩ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର:  ଆଜି ରାଜ୍ୟରୁ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟ୍‌ରେ ସୂଚନା ଦିଆଯାଇଛି।  ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଲା। 

ସ୍ୱାସ୍ଥ୍ୟ ବିଭାଗ ୱେବସାଇଟ୍‌ ମ୍ୟାପ୍‌ରୁ ଏମାନେ ଭଦ୍ରକ ଜିଲ୍ଲାର ବୋଲି ସୂଚନା ଦିଆଯାଇଛି । ସୋମବାର ଭଦ୍ରକ ଜିଲ୍ଲରୁ ୫ ଜଣ ପଜିଟିଭଙ୍କୁ ଚିହ୍ନଟ କରାଯାଇଥିଲା। ଏହାକୁ ମିଶାଇ ଭଦ୍ରକ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।

ଆଜି ଚିହ୍ନଟ ହୋଇଥିବା ଏହି ୩ ଆକ୍ରାନ୍ତ ବାସୁଦେବପୁର ବ୍ଲକର । ଏ ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।  ସମସ୍ତଙ୍କ କୋଲକାତା ଲିଙ୍କ୍ ଥିବା କୁହାଯାଉଛି। ଏହାକୁ ମିଶାଇ କେବଳ ବାସୁଦେବପୁର ଅଞ୍ଚଳରୁ ୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ତନାଘନା ଚାଲିଛି।

ସୂଚନା ଥାଉ କି, ଗତକାଲି ୫  କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ସେମାନେ ସମସ୍ତେ ବାଲେଶ୍ୱର ଜିଲ୍ଲାର ଥିଲେ। ଏହି ଆକ୍ରାନ୍ତମାନଙ୍କର ଟ୍ରାଭେଲ ହିଷ୍ଟ୍ରିରୁ କଲିକତା ଲିଙ୍କ୍‌ ଥିବା ଜଣପାଡ଼ିଥିଲା।  ଏହା ପୂର୍ବରୁ ଅର୍ଥାତ୍‌ ସୋମବାର ଗୋଟିଏ ଦିନରେ୧୩ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ସେଥିମଧ୍ୟରୁ ୫ ଜଣ ଭଦ୍ରକର, ୨ ଜଣ ବାଲେଶ୍ୱରର, ୫ଜଣ ଯାଜପୁରର ଏବଂ ଜଣେ ସୁନ୍ଦରଗଡରୁ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଜଣେ ବାଲେଶ୍ୱରର ୨ ବର୍ଷର ଶିଶୁ କନ୍ୟା ଥିଲେ।

ଆଜିର ସଂଖ୍ୟାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୧ କରୋନା ଆକ୍ଟିଭ କେସ୍‌ ଥିବାବେଳେ ୩୦ ଜଣ ସୁସ୍ଥ ହୋଇ ଫେରିଛନ୍ତି, ଜଣଙ୍କର ମୃତ୍ୟୁ ଘଟିଛି।

 

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like