ବାଲିମେଳାରେ ଡଙ୍ଗା ଓଲଟିବା ଘଟଣାରେ ୩ ମୃତଦେହ ଉଦ୍ଧାର

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ବାଲିମେଳା ଜଳଭଣ୍ଡାରରେ ଏକ ଡଙ୍ଗା ଓଲଟିବା ଘଟଣାରେ ନିଖୋଜ ୩ଜଣଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ତୋଟାଗୁଡ଼ା ନିକଟରୁ ସମସ୍ତ ୩ଟି ଯାକ ମୃତଦେହ ଗତକାଲି ଉଦ୍ଧାର ହେବା ପରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ଗତ ଶୁକ୍ରବାର ଏହି ଅଘଟଣ ଘଟିଥିଲା ।

ଗତ ଶୁକ୍ରବାର ବାଲିମେଳା ଜଳ ଭଣ୍ଡାର ଦେଇ ୫ ଜଣ ନାକାମାମୁଡିରୁ ଦେଶୀ ଡଙ୍ଗାରେ ତୋଟାଗୁଡ଼ା ଯାଉଥିଲେ। ଆମ୍ବିଳିବେଢା ନିକଟରେ ପ୍ରବଳ ବର୍ଷା ହେଉଥିବା ବେଳେ ଡଙ୍ଗାଟି ଓଲଟି ପଡ଼ିଥିଲା। ଡଙ୍ଗାରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣେ ପହଁରି ପହଁରି କୂଳରେ ଆସି ପହଞ୍ଚିଥିଲେ। ଏହା ପରଦିନ ଗୋଟିଏ ମୃତଦେହ ଉଦ୍ଧାର ହୋଇଥିଲା।

ଏହାପରେ ଗତକାଲି ଆଉ ୩ଟି ମୃତଦେହ ଉଦ୍ଧାର ହୋଇଥିଲା।  ମୃତକମାନେ ସମସ୍ତେ ନିକଟ ସମ୍ପର୍କୀୟ ବୋଲି ଜଣାପଡ଼ିଛି ।କୂଳଠାରୁ ବହୁ ଦୂରରେ ଏହି ଅଘଟଣ ଘଟିଥିବାରୁ ଉଦ୍ଧାର କାର୍ଯ୍ୟରେ ବିଳମ୍ୱ ହୋଇଥିଲା

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like