କେନାଲକୁ ପଶିଗଲା କାର୍‌, ୩ ମୃତ

କଟକ: NH-୧୬ ତେଲେଙ୍ଗାପେଣ୍ଠ ନିକଟରେ ଗତକାଲି ବିଳମ୍ବିତ ରାତି ୩ଟା ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା କେନାଲକୁ କାର୍‌ ପଶି ଯିବାରୁ ୩ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଏକ କାର୍‌ରେ ୩ଜଣ ଯୁବକ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ତେଲେଙ୍ଗାପେଣ୍ଠ ନିକଟରେ ଥିବା ରାସ୍ତାକଡ଼ କେନାଲକୁ ପଶି ଯାଇଥିଲା। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ୍‌ ନେବା ବାଟରେ ଆଉ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ମୃତକଙ୍କ ପରିଚୟ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ୍‌ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିଛି।

You might also like