ଟ୍ରକ୍ ସହ ଧକ୍କା ହେଲା ବରଯାତ୍ରୀ ଗାଡ଼ି; ୩ ମୃତ
ବରଗଡ଼/ରାଇପୁର: ଏକ ଟ୍ରକ୍ ସହ ବରଯାତ୍ରୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କା ହେବା ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସମସ୍ତ ମୃତାହତ ବରଗଡ଼ ଜିଲ୍ଲା କଟାପାଲି ଅଞ୍ଚଳର ବୋଲି ସୂଚନା ମିଳିଛି।
ଆହୁରି ପଢ଼ନ୍ତୁ
ଏମାନେ ସମସ୍ତେ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଯାଉଥିବା ବେଳେ ଛତିଶଗଡ଼ ପୁସୋର ଥାନା ପୋଡ଼ାତରାଇ ଠାରେ ଏହି ଦୁର୍ଘଟଣା ଘଟିଛି।