ଦୁର୍ଘଟଣାରେ ଆଖି ବୁଜିଲେ ପୂର୍ବତନ ସାଂସଦଙ୍କ ପୁଅ

କଟକ: କଟକ ତେଲେଙ୍ଗାପେଣ୍ଠ ନିକଟରେ ହୋଇଥିବା ଦୁର୍ଘଟଣାରେ ମୃତକଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି। ୩ ମୃତକଙ୍କ ମଧ୍ୟରୁ ଜଣେ ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ ବୋଲି  ପୋଲିସ ସ୍ପଷ୍ଟ କରିଛି। ତେବେ ଅନ୍ୟ ୨ ମୃତକଙ୍କ ପରିଚୟ ମିଳିନାହିଁ।

୧୬ ନମ୍ବର ଜାତୀୟ ରାଜପଥ କଟକ ତେଲେଙ୍ଗାପେଣ୍ଠ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଥିଲା। ଭାରସାମ୍ୟ ହରାଇ ରାସ୍ତାକଡ଼ କେନାଲକୁ ପଶି ଯାଇଥିଲା ଦାମୀ ଜାଗୁଆର୍ କାର୍। ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି।

ଗତକାଲି ରାତି ୩ଟାରେ କଟକ ଆଡୁ ଏହି କାର୍ ଭୁବନେଶ୍ୱର ଆଡ଼କୁ ଦ୍ରୁତ ଗତିରେ ଆସୁଥିଲା। ତେବେ ଗାଡ଼ିଟି ତେଲେଙ୍ଗାପେଣ୍ଠ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଛୋଟ କେନାଲ ଭିତରକୁ ଖସି ପଡ଼ିଥିଲା। ଗାଡ଼ିଟି ପାଣିରେ ବୁଡି ରହିଥିବା ବେଳେ ପୋଲିସ୍‌ ପହଞ୍ଚି ଗାଡ଼ିରେ ଥିବା ୩ଜଣଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like