ଟ୍ରକ୍ ପଛରେ ପିଟିହେଲା କାର୍‌, ଚାଲିଗଲା ୩ ଜୀବନ

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ରଥିଆ ଛକ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି।

ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ କାର୍‌ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ୩ଜଣ ପୁରୁଷ ଓ ସେମାନଙ୍କର ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡ଼ିଛି।

accident

ସୂଚନା ଅନୁସାରେ, ଏକ କାର୍‌ରେ ୫ଜଣ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଯାଉଥିବା ବେଳେ ରଥିଆ ଛକ ନିକଟରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ମେଡିକାଲ୍‌ ନେବା ବାଟରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଧର୍ମଶାଳା ଡାକ୍ତରଖାନା ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

You might also like