ଟ୍ରକ୍‌କୁ ସାମ୍ନାପଟୁ ଧକ୍କା ଦେଲା କଣ୍ଟେନର, ୩ ଡ୍ରାଇଭରଙ୍କ ମୃତ୍ୟୁ

ସୋର: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ନାୟକ ବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସିମେଣ୍ଟ ବୋଝେଇ ଟ୍ରକ୍‌କୁ ସାମ୍ନାପଟୁ ଏକ କଣ୍ଟେନର ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି।

ମୃତକମାନେ ହେଲେ ଶଙ୍କର୍ଷଣ ମଣ୍ଡଳ, ମନମୋହନ ସିଂ ଓ ଠାକୁର ସିଂ। ଶଙ୍କର୍ଷଣଙ୍କ ଘର ବାଲେଶ୍ୱର ଜିଲ୍ଲା ବାହାବଳପୁର ଅଞ୍ଚଳରେ। ମନମୋହନ ସିଂଙ୍କ ଘର ଭଦ୍ରକ ଓ ଠାକୁର ସିଂଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବଡ଼ଫେରାରେ। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଭଦ୍ରକରୁ ସିମେଣ୍ଟ୍ ବୋଝେଇ କରି ରାଇରଙ୍ଗପୁର ଯାଉଥିବା ଏକ ଟ୍ରକ୍‌ର ୨ ଜଣ ଡ୍ରାଇଭର ନାୟକ ବନ୍ଧ ଛକ ନିକଟରେ ଗାଡ଼ିର ଟାୟାର ଚେକ୍ କରୁଥିଲେ। ଏହି ସମୟରେ ବାଲେଶ୍ୱର ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ପ୍ଲାଏ ବୋଝେଇ କଣ୍ଟେନର ସିମେଣ୍ଟ ବୋଝେଇ ଟ୍ରକ୍‌କୁ ସାମ୍ନାପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଡ୍ରାଇଭର ଶଙ୍କର୍ଷଣ ଓ ମନମୋହନଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ସ୍ଥାନୀୟ ଲୋକ ଓ ପୁଲିସ୍ ପ୍ଲାଏ ବୋଝେଇ କଣ୍ଟେନରର ଡ୍ରାଇଭର ଠାକୁର ସିଂଙ୍କୁ ଉଦ୍ଧାର କରି ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଆହୁରି ପଢ଼ନ୍ତୁ

କଟକରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ; ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ୍

ବିଏମ୍‌ସି ଅଞ୍ଚଳରେ ସମାବେଶ ଉପରେ କଟକଣା

ସମ୍ପନ୍ନ ହେଲା ନୀଳାଦ୍ରି ବିଜେ: ନୀଳକନ୍ଦରକୁ ବାହୁଡ଼ିଗଲେ ଚତୁର୍ଦ୍ଧାମୂରତି

ବାହାଘରରେ କରୋନା କଟକଣା ଉଲ୍ଲଙ୍ଘନ: ହୋଟେଲ୍ ସିଲ୍‌, ୫ ଗିରଫ

କିଡନୀ ରୋଗ ବୃଦ୍ଧିକୁ ନେଇ ଅନୁଗୋଳ ଜିଲ୍ଲାରେ ଆତଙ୍କ

ପଜିଟିଭ୍‌ରେ ରେକର୍ଡ ଭାଙ୍ଗୁଛି ଗଞ୍ଜାମ, ମୃତ୍ୟୁରେ ବି ନମ୍ବର ଓ୍ୱାନ୍

ଖଣ୍ଡଗିରି, ଉଦୟଗିରି ଓ ଧଉଳି ସହିତ ୬ରେ ଖୋଲିବ ଓଡ଼ିଶାର କିଛି ଦର୍ଶନୀୟ ସ୍ଥାନ

ଆଜି ୨୨୯ କରୋନା ଆକ୍ରାନ୍ତ ସୁସ୍ଥ; ଗଂଜାମରୁ ସର୍ବାଧିକ

କେନ୍ ଭିତରେ ମୁଣ୍ଡ ଫସି ଛଟପଟ ହେଉଥିଲା ନାଗ; ଟିଣକୁ କାଟିବା ପରେ…

ବାହାଘର ଖୁସିରେ ଭୁଲିଗଲେ ନିୟମ; ଫାଇନ୍‌ ସହ ଥାନାରେ ମାମଲା

୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

You might also like