ବଜ୍ରପାତ ନେଲା ଜୀବନ: ଶୌଚ ପାଇଁ ଯାଇଥିବାବେଳେ ବଜ୍ରପାତ ଘଟି ୩ ମୃତ

ନବରଙ୍ଗପୁର: ଶୌଚ ପାଇଁ ପୋଖରୀକୁ ଯାଇଥିବା ବେଳେ ବଜ୍ରପାତ ହେବାରୁ ଦୁଇ ଭାଇଙ୍କ ସମେତ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲ୍ଲା ଚଟାହାଣ୍ଡି ପଞ୍ଚାୟତର ବାଉଁଶିଆଗୁଡ଼ା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି।

ମୃତକମାନେ ହେଲେ ବାଉଁଶିଆଗୁଡ଼ା ଗାଁର ଲଳିତ ବିନ୍ଧାଣୀ ଓ ତାଙ୍କ ସାନଭାଇ ମୋତିରାମ ବିନ୍ଧାଣି ଏବଂ ତାଙ୍କର ସାଙ୍ଗ କାଦମ ହରିଜନ।

ଆଜି ସନ୍ଧ୍ୟାରେ ତିନିଜଣ ଯାକ ଶୌଚ କରିବାକୁ ଗାଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ଏହି ସମୟରେ ହଠାତ୍ ବଜ୍ରପାତ ସହ ବର୍ଷା ହୋଇଥିଲା। ସମସ୍ତେ ସୁରକ୍ଷିତ ସ୍ଥାନକୁ ଯିବା ପୂର୍ବରୁ ତାଙ୍କ ଉପରେ ବଜ୍ରପାତ ହୋଇଥିଲା। ଫଳରେ ସେମାନେ ସେଠାରେ ଟଳି ପଡିଥିଲେ। ଏକ ଆମ୍ବୁଲାନ୍ସରେ ସେମାନଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

You might also like