• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଯାଜପୁର: ଗୋଟିଏ ପରିବାରର ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟି ଥିବାବେଳେ ତାଙ୍କ ସ୍ୱାମୀ ଓ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ମୀର୍ଜାପୁର ଗାଁରେ ଗତ ରାତିରେ ଏହି ବୀଭତ୍ସ କାଣ୍ଡ ଘଟିଛି।

ମୃତ ମହିଳାଙ୍କ ନାଁ ତରୁଲତା ବିଶ୍ୱାଳ ଓ ସେ ଜଣେ ଶିକ୍ଷୟିତ୍ରୀ ଥିଲେ। ତାଙ୍କ ସ୍ୱାମୀ ଇଞ୍ଜିନିୟର ଥିବା ବେଳେ ୧୬ ବର୍ଷୀୟା ଝିଅ କଟକରେ ରହି ପାଠ ପଢ଼ୁଥିଲେ।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ପରିବାରର ସମସ୍ତ ସଦସ୍ୟ ଶୋଇ ଥିବାବେଳେ କିଛି ଦୁର୍ବୃତ୍ତ ସେମାନଙ୍କୁ ବାହାରକୁ ଡାକି ଥିଲେ। ଏହାପରେ କେହି କିଛି ବୁଝିବା ପୂର୍ବରୁ ଦୁର୍ବୃତ୍ତମାନେ ସେମାନଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିବା ପୁଲିସ୍‌ର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଆକ୍ରମଣରେ ତରୁଲତାଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ୱାମୀ ଓ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି।

ତରୁଲତାଙ୍କ ମୃତଦେହ ଘର ସାମ୍ନାରେ ପଡ଼ି ଥିବା ନେଇ ଆଜି ସକାଳେ ସ୍ଥାନୀୟ ଲୋକ ଦେଖିବା ପରେ ଏ ସମ୍ପର୍କରେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାପଝିଅଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ହେଲେ ସେଠାରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଆକ୍ରମଣ ପଛରେ କାହା ହାତ ଅଛି ? କିଏ ଓ କାହିଁକି ଏପରି ବୀଭତ୍ସ କାଣ୍ଡ ଘଟାଇଲେ ? ସେ ସମ୍ପର୍କରେ କିଛି ଜଣାପଡ଼ି ନାହିଁ। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

3-members-of-family-attacked-by-unidentified-miscreants-in-jajpur
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories