ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି। କଟକ, ମୟୂରଭଞ୍ଜ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଚିହ୍ନଟ କରିବାକୁ ଉଦ୍ୟମ କରାଯାଉଛି।

ତେବେ ବର୍ତ୍ତମାନ ସୁଦ୍ଧା କଟକରେ ୩ଜଣ ଆକ୍ରାନ୍ତ ହୋଇଥିବାବେଳେ ଜଣେ ସୁସ୍ଥ ହୋଇଛନ୍ତି ଓ ଏବେ ବି ୨ଟି ଆକ୍ଟିଭ କେଶ ରହିଛି। ମୟୁରଭଞ୍ଜରେ ୯ ଜଣ ଆକ୍ରାନ୍ତ ହୋଇଛନ୍ତି।

ସେହିପରି ଯାଜପୁରରେ ୬୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣ ସୁସ୍ଥ ହୋଇଛନ୍ତି। ଏବେବି ୫୯ ଜଣ ଆକ୍ଟିଭ କେଶ ରହିଛି।

ଆଜି ସକାଳେ ୧୪ ଜଣ ଓ ଅପରାହ୍ଣରେ ୩ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଛି ଓ ୩ ଜଣଙ୍କ ମୃତ୍ୟୁ ହୋଇଛି।

ସେହିପରି ଆଜି କରୋନାରୁ ୧୭ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୮୫ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like