ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Odisha Corona Update: 3 more covid death in odisha

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୯୩୩ଜଣ ଚିକିତ୍ସାଧୀନ ଥିବାବେଳେ ୯,୮୬୪ ଜଣ ସୁସ୍ଥ ହୋଇଛନ୍ତି। ୭୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଆଜିଠୁ ୧୯ ଯାଏ ଭିମ୍‌ସାର୍‌ର ସମସ୍ତ OPD ବନ୍ଦ

 

 

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୩୭ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଓଡ଼ିଶାରେ ୧,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ; ଗଞ୍ଜାମ ପଛରେ ଖୋର୍ଦ୍ଧା

ଓଡ଼ିଶାରେ ନୂଆ ୧,୦୬୮ କରୋନା ଆକ୍ରାନ୍ତ‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୧,୫୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

You might also like