ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ଆହୁରି ମଧ୍ୟ ପଢ଼ନ୍ତୁ: ୨୧ ଜିଲ୍ଲାରୁ ଆଉ ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ, ଓଡ଼ିଶାରେ ୧୩ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା