କଟକରୁ ଆଉ ୩, ଭୁବନେଶ୍ୱରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

କଟକ/ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଭୁବନେଶ୍ୱରରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଭୁବନେଶ୍ୱରରୁ ଚିହ୍ନଟ ନୂଆ ଆକ୍ରାନ୍ତ ଜଣକ ଚନ୍ଦ୍ରଶେଖରପୁର ନୀଳାଦ୍ରି ବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ଅନ୍ୟ ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା। 

ଏଯାବତ୍‌ ଭୁବନେଶ୍ୱରରୁ ୧୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩ଜଣ ସୁସ୍ଥ ହୋଇଥିବାବେଳେ ୮୮ଜଣ ଚିକିତ୍ସାଧୀନ ଅଛନ୍ତି। ୩ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି କଟକରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ପେଡ୍ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଥିଲେ, ଗୋଟିଏ ଲୋକାଲ କେସ୍ ରହିଛି। ପେଡ୍ କ୍ୱାରେଣ୍ଟିନ୍‌ ସେଣ୍ଟରରୁ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଉଭୟଙ୍କର ଟ୍ରାଭେଲ ହିଷ୍ଟ୍ରୀ ମୁମ୍ବାଇ ରହିଥିବା ସୂଚନା। ଲୋକାଲ କେସ୍‌ଟି କ୍ୟାଣ୍ଟନମେଣ୍ଟ ରୋଡ୍‌ର।

You might also like