ବିଚ୍‌ ରାସ୍ତାରେ ୩ ଜଣଙ୍କୁ ଗୋଡ଼ା ଗୋଡ଼ାଇ ହାଣିଲା ଦୁର୍ବୃତ୍ତ: ୩ ମୃତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ପଟ୍ଟନାୟକିଆରେ ଟ୍ରିପଲ୍ ମର୍ଡର ହୋଇଛି। ବିଚ୍ ରାସ୍ତାରେ ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ମୃତକମାନେ ହେଲେ, ସ୍ଥାନୀୟ ସଦାନନ୍ଦପୁରର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା।

ଏମାନେ କୌଣସି କାର୍ଯ୍ୟରେ ପଟ୍ଟନାୟିକିଆକୁ ଆସିଥିବା ବେଳେ ସେମାନଙ୍କ ଉପରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିଲା। ପୂର୍ବ ଶତ୍ରୁତା କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାକୁ ନେଇ ସେଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ହତ୍ୟାକାଣ୍ଡ ପ୍ରତିବାଦରେ ସ୍ଥାନୀୟ ଲୋକ ରାସ୍ତା ଅବରୋଧ କରିବା ସହ ପୋଡ଼ାଜଳା କରିଛନ୍ତି।

You might also like