ମାଲବାହୀ ଟ୍ରେନ୍‌ର ଇଞ୍ଜିନରେ ତ୍ରୁଟି

ରାୟଗଡ଼ା: ରାୟଗଡ଼ାର କେଉଟଗୁଡ଼ା ଷ୍ଟେସନ ନିକଟରେ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ର ଇଞ୍ଜିନରେ ତ୍ରୁଟି ଦେଖାଦେଇଛି। ଫଳରେ ଦୀର୍ଘ ୫ ଘଣ୍ଟା ଧରି ବିଭିନ୍ନ ଷ୍ଟେସନରେ ୩ଟି ପାସେଞ୍ଜର ଟ୍ରେନ୍ ଅଟକି ରହିଛି।

ଏଥିପାଇଁ ଖରା ଗରମରେ ଶହ ଶହ ଯାତ୍ରୀ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ମାଲବାହୀ ଟ୍ରେନ୍‌ ଇଞ୍ଜିନ ସଜଡ଼ା ହୋଇ ନ ଥିବା ଜଣାପଡ଼ିଛି। ତେବେ ଏନେଇ ରେଳ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

 

You might also like