କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏଥି ସହିତ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲଦଣ୍ଡାଦେଶ ହୋଇଛି।  ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଦିଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

ସୂଚନାଥାଉ କି, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ତତ୍କାଳୀନ ଏନ୍‌ଡିଏ ସରକାରରେ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଥିଲେ ଦିଲୀପ ରାୟ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି NDAର ଅଂଶୀଦାର ଥିଲା। ବିଜେଡିରୁ ଏନ୍‌ଡିଏ ସରକାରରେ ମନ୍ତ୍ରୀ ହୋଇଥିଲେ ଦିଲୀପ ।

ଏହି ମାମଲାରେ ଦିଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ । ସେତେବେଳେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ।  ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମ। 

ସେହିପରି କାଷ୍ଟନ୍ ଟେକନୋଲଜି ଲିମିଟେଡ୍, ଏହାର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଏବଂ କାଷ୍ଟନ୍ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

You might also like