କଟକ ଦୁର୍ଗାପୂଜା ପାଇଁ ୩୦ ପ୍ଲାଟୁନ୍ ଫୋର୍ସ
କଟକ: ଆଉ ଦିନ କେଇଟା ପରେ ଆସିବ ଦଶହରା। କଟକ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ କହିଛନ୍ତି ଯେ ସୁରକ୍ଷା ପାଇଁ ସହରରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୧୦୦ ଜଣ ପୋଲିସ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ। ମୂର୍ତ୍ତି ବିସର୍ଜନ ପାଇଁ ସହରର ୧୪ଟି ସ୍ଥାନ ଚିହ୍ନଟ ହୋଇଛି। କୋଭିଡ୍ ନିୟମ ଉଲ୍ଲଙ୍ଘନ କଲେ ଦୃଢ଼ […]
କଟକ: ଆଉ ଦିନ କେଇଟା ପରେ ଆସିବ ଦଶହରା। କଟକ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ କହିଛନ୍ତି ଯେ ସୁରକ୍ଷା ପାଇଁ ସହରରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୧୦୦ ଜଣ ପୋଲିସ ଅଧିକାରୀ ମଧ୍ୟ ଦାୟିତ୍ୱରେ ରହିବେ।
ମୂର୍ତ୍ତି ବିସର୍ଜନ ପାଇଁ ସହରର ୧୪ଟି ସ୍ଥାନ ଚିହ୍ନଟ ହୋଇଛି। କୋଭିଡ୍ ନିୟମ ଉଲ୍ଲଙ୍ଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।