Corona Updates In Odisha: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୩,୦୧୪ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ୩,୦୧୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର୍‌ କରିଛି।

ଚିହ୍ନଟ ନୂଆ ୩,୦୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୬୮୪ ଜଣ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯୩୪ରେ ପହଞ୍ଚିଛି।

You might also like