ଭୁବନେଶ୍ୱର: ୨୦୧୮ ବର୍ଷ ପାଇଁ ଆଜି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛନ୍ତି।
୨୦୧୮ ବର୍ଷ ପାଇଁ ବିଶିଷ୍ଟ ନାଟ୍ୟକାର ତଥା ସଂଳାପକାର ବିଜୟ ମିଶ୍ରଙ୍କୁ ସମ୍ମାନଜନକ ‘ଜୟଦେବ ପୁରସ୍କାର‘ ପ୍ରଦାନ କରାଯିବ ବୋଲି ଶ୍ରୀ ପାଣିଗ୍ରାହୀ ଘୋଷଣା କରିଛନ୍ତି।
ସେହିଭଳି ବରିଷ୍ଠ ଅଭିନେତା ମିହିର ଦାସଙ୍କୁ ‘ଶ୍ରେଷ୍ଠ ଅଭିନେତା’ ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ‘ଶ୍ରେଷ୍ଠ ଅଭିନେତ୍ରୀ’ ପୁରସ୍କାର ଅର୍ଚ୍ଚିତାଙ୍କୁ ଦିଆଯିବ ବୋଲି ଘୋଷଣା କରାଯାଇଛି।
ଶ୍ରେଷ୍ଠ ନିର୍ଦ୍ଦେଶକ: ମନମୋହନ ମହାପାତ୍ର (ଫିଲ୍ମ ‘ଭିଜା ମାଟିର ସ୍ୱର୍ଗ’)
ଶ୍ରେଷ୍ଠ କାହାଣୀ ଓ ସଂଳାପ: ଡି. ନିରଞ୍ଜନ ରେଡ୍ଡୀ
ଶ୍ରେଷ୍ଠ ନିର୍ଦ୍ଦେଶକ: ଶାନ୍ତିରାଜ୍ ଖୋସ୍ଲା
ଶ୍ରେଷ୍ଠ ଗୀତିକାର: ବସନ୍ତରାଜ ସାମଲ
ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ: କରୁଣାକର
ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକା: ଅନ୍ତରା ଚକ୍ରବର୍ତ୍ତୀ
ସେହିପରି ଶ୍ରେଷ୍ଠ ଚଳଚ୍ଚିତ୍ର ‘ଭିଜା ମାଟିର ସ୍ୱର୍ଗ’ ପାଇଁ ଅକ୍ଷୟ ପରିଜାଙ୍କୁ ପ୍ରଦାନ କରାଯିବ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ସମ୍ମାନ।