ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ, ୧୫୯ ଲୋକାଲ୍ କେସ୍
ଭୁବନେଶ୍ୱର: ଦିନକରେ ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ। ସେଥିରୁ ୧୭୩ କ୍ୱାରେଣ୍ଟାଇନରୁ ଓ ୧୫୯ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୭୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୭୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। […]
ଭୁବନେଶ୍ୱର: ଦିନକରେ ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ। ସେଥିରୁ ୧୭୩ କ୍ୱାରେଣ୍ଟାଇନରୁ ଓ ୧୫୯ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରୁ ୭୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୭୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୧୬୨ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।