ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୩,୩୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୩୨୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୩,୩୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୪୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୮୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଛି।

You might also like