୨୪ ଘଣ୍ଟାରେ ଓଡ଼ିଶାରେ ୩୪୩ କରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୬୪୨ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୯୪ରେ ପହଞ୍ଚିଛି।

ଚିହ୍ନଟ ୩୪୩ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ ୧୯୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୧୪୬ ରହିଛି।

ସେହିପରି ୫ ମୃତକଙ୍କ ମଧ୍ୟରୁ ବଲାଙ୍ଗିରରୁ ଜଣେ, ଖୋର୍ଦ୍ଧାରୁ ଜଣେ, କେନ୍ଦୁଝରରୁ ଜଣେ, ମୟୂରଭଞ୍ଜରୁ ଜଣେ ଓ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

You might also like