୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୬୧୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୩,୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୨,୭୩୪ରେ ପହଞ୍ଚିଛି।

You might also like