Odisha Coronavirus Update: ଦିନକରେ ୩୦ ଜିଲ୍ଲାରୁ ୩,୮୧୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୮୧୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୩,୮୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୮୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୨୪ ରହିଛି।

ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ୭୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୦୩୧ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

You might also like