ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୮୬୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

Corona Updates In Odisha:

ଚିହ୍ନଟ ନୂଆ ୩,୮୬୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୭୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୮୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୭୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ବି ଖୋର୍ଦ୍ଧାରୁ ୭୬୭ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୯୨ରେ ପହଞ୍ଚିଛି।

You might also like