ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୮୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

You might also like