ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ତେଣୁ ମଇଦାନ୍‌ରେ କଳ, ବଳ, କୌଶଳ ଲଗାଇ ଦିନରାତି ଏକ୍ କରିଦେଇଛନ୍ତି ନେତା ଓ କର୍ମୀ।

ନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୧୦ଟା ୨୦ମିନିଟ୍‌ରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ସିଧା ପୁରୀ ଲୋକସଭା ଅଧୀନ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଯିବେ। ସେଠାରେ ପୀୟୂଷ ଗୋଏଲ ବିଜୟ ସଂକଳ୍ପ ସଭାରେ ଯୋଗ ଦେବେ।

ସେଠାରୁ କଟକ ଲୋକସଭା ଅଧୀନ ଆଠଗଡ଼ ନିର୍ବାଚନମଣ୍ଡଳୀ ଯାଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଗୋଏଲ ପ୍ରଚାର କରିବେ। ଏହାପରେ ସେ କେନ୍ଦ୍ରାପଡ଼ା ମାର୍ଶାଘାଇରେ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।

ତୃତୀୟ ପର୍ଯ୍ୟାୟରେ ୧୪ଟି ରାଜ୍ୟ ଓ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ଭୋଟ୍ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଆସନ – ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଏବଂ ଏହି ସବୁ ଆସନ ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like