ଗଛରେ ପିଟି ହୋଇ ୧୦ ଫୁଟ ତଳକୁ ଖସିଲା ବୋଲେରୋ; ୪ ମୃତ

କେନ୍ଦୁଝର: ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବୋଲେରୋ। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ରାତିରେ କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ସୋମଗିରି ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

୪  ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ- ମାଟା ନାଏକ , ଶୁରେନ୍ଦ୍ର ମାରାଣ୍ଡି , ରେବତୀ ରାଜ ଓ ଏସ୍‌ କେ କମର। ମୃତକମାନଙ୍କ ପରିଚୟ ମିଳିପାରିନଥିବା ବେଳେ ସେମାନେ ମୟୂରଭଞ୍ଜ ଜିଲ୍ଲା ହାଟବାଦଳା ଟେଣ୍ଟପଶି ଗାଁର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ମୟୂରଭଞ୍ଜରୁ କେନ୍ଦୁଝର ଆସୁଥିବା ବେଳେ ସୋମଗିରି ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ୧୦ ଫୁଟ ତଳକୁ ଖସି ଯାଇଥିଲା। ଦୁର୍ଘଟଣାଗ୍ରସ୍ତ ବୋଲେରୋରେ ୧୧ ଜଣ ଯାତ୍ରୀ ଥିଲେ। ମୃତାହତମାନେ ହାଟବାଦଳା ଗାଁରୁ ହରିଚନ୍ଦନପୁରର ଜିରାଙ୍ଗ ହାଟକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି।

You might also like