ସୁନ୍ଦରଗଡ଼ରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତ
ବିଶ୍ରା ଓ ଲାଠିକଟା ବ୍ଲକ୍‌ର। ଏନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପଓ୍ୱନ କଲ୍ୟାଣ ସୂଚନା ଦେଇଛନ୍ତି।

୪ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ମହିଳା ଓ ୩ଜଣ ପୁରୁଷ ଥିବା ସୂଚନା। ସେମାନଙ୍କ ମଧ୍ୟରୁ ୨ଜଣ ମହାରାଷ୍ଟ୍ର ଓ ୨ଜଣ ଚେନ୍ନାଇରୁ ଫେରିଥିଲେ।

ଅନ୍ୟପକ୍ଷରେ ବରଗଡ଼ ଜିଲ୍ଲାକୁ କରୋନା ଛୁଇଁଛି। ବରଗଡ଼ ସହରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାସ ସୂଚନା ଦେଇଛନ୍ତି।

ଆକ୍ରାନ୍ତ ଜଣକ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ବରଗଡ଼ ଜିଲ୍ଲାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୭କୁ ବୃଦ୍ଧି ପାଇଛି।

You might also like